ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍

୨୮୫ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୨୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୮୫ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ୩୪୪୩୭୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୃତ୍ୟୁସଂଖ୍ୟା ୪ ଲକ୍ଷ ୬୩ ହଜାର ୫୩୦ରେ ପହଞ୍ଚିଛି । ଏବେ ଦେଶରେ ୧୩୫୯୧୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୮୩୭୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button