ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍

୨୨୧ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୭୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୨୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୩ ଲକ୍ଷ ଉପରେ ରହିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୯ ହଜାର ୮୭୩ରେ ପହଞ୍ଚିଛି । ଏବେ ଦେଶରେ ୧୪୮୯୨୨ ସକ୍ରିୟ ମାମଲା ରହିଛି । ସେହିପରି ୩୩୭୨୪୯୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button