ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍

୩୫୬ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୫୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୫୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୨ ହଜାର ୨୦୨ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୫ ହଜାର ୬୮ରେ ପହଞ୍ଚିଛି । ଏବେ ଦେଶରେ ୧୬୩୮୧୬ ସକ୍ରିୟ ମାମଲା ରହିଛି ।

Show More

Related Articles

Back to top button