ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍

୧୪୪ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୪୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୬୭ ହଜାର ୭୧୯ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୨ ହଜାର ୧୨୪ରେ ପହଞ୍ଚିଛି । ଏବେ ଦେଶରେ ୧୯୫୮୪୬ ସକ୍ରିୟ ମାମଲା ରହିଛି । ସେହିପରି ୩୩୪୧୯୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button