Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍

୧୮୧ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮୧ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪,୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୮୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୮୫ ହଜାର ୯୨୦ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୦ ହଜାର ୯୬୩ ରେ ପହଞ୍ଚିଛି ।

Tags
Show More

Related Articles

Leave a Reply

Your email address will not be published. Required fields are marked *

Back to top button
Close