Breaking PLUSଦେଶ ବିଦେଶମୁଖ୍ୟ ଖବର
ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍
୨୨୦ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳେ ଥିଲେ ବି ଧିରେଧିରେ ବଢୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୭୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୧୩୬୧ ସକ୍ରିୟ ମାମଲା ରହିଛି ଏବଂ ୩୪୨୬୬୩୬୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୧୦୮୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।