ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୪୬ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୯୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

୨୪ ଘଣ୍ଟା ମଧ୍ୟରେ ୨୪୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୨୦ ହଜାର ୭୩୦ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୧ ହଜାର ୪୩୫ରେ ପହଞ୍ଚିଛି । ଏବେ ଦେଶରେ ୨୦୬୫୮୬ ସକ୍ରିୟ ମାମଲା ରହିଛି । ସେହିପରି ୩୩୩୬୨୭୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button