Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ଦୁଇ ଲକ୍ଷରୁ ଅଧିକ ପଜିଟିଭ୍

ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଅଢେଇ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୪୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣଙ୍କ ଜୀବନ ନେଇଛି ମହାମାରୀ ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨,୪୭,୪୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ୧୧,୧୭, ୫୩୧ ସକ୍ରିୟ ମାମଲା ରହିଛି । ସେହିଭଳି ଦୈନିକ ପଜିଟିଭିଟି ହାର ୧୩.୧୧ ପ୍ରତିଶତ ରହିଛି ।

Show More

Related Articles

Back to top button