ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨୨ ହଜାରରୁ ଅଧିକ କରୋନା ପଜିଟିଭ୍

୩୧୮ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୪୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି ।

୨୪ ଘଣ୍ଟା ମଧ୍ୟରେ ୩୧୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୮ ଲକ୍ଷ ୯୪ ହଜାର ୩୧୨ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୯ ହଜାର ୮୫୬ରେ ପହଞ୍ଚିଛି । ଏବେ ଦେଶରେ ୨୪୪୧୯୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୨୦୦୨୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button