ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ବାହାରିଲେ ୨୮ ହଜାରରୁ ଅଧିକ ପଜିଟିଭ୍

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୩ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୨୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୭୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୯ ଲକ୍ଷ ୯୮ହଜାର ୧୫୮ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୮ ହଜାର ୬୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୧ ଲକ୍ଷ ୮୦ହଜାର ୯୬୮ରେ ପହଁଚିଛି। ଏବେ ଦେଶରେ ୩୮୮୫୦୮ଟି ସକ୍ରିୟ ମାମଲା ରହିଛି ।

Show More

Related Articles

Back to top button