Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୮ ହଜାରରୁ ଅଧିକ କରୋନା ପଜିଟିଭ୍

୩୩୮ ମୃତ

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୫୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି।

୨୪ ଘଣ୍ଟା ମଧ୍ୟରେ ୩୩୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୨ ଲକ୍ଷ ୩୬ ହଜାର ୯୨୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୨ ହଜାର ୬୫୫ରେ ପହଞ୍ଚିଛି। ଏବେ ଦେଶରେ ୩୮୪୯୨୧ ସକ୍ରିୟ ମାମଲା ରହିଛି ।ସେହିପରି ୩୨୪୦୯୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button