ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେରେ ଚିହ୍ନଟ ହେଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍

୨୯୦ ମୃତ

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୯,୬୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୬ ହଜାର ୬୫୮ରେ ପହଞ୍ଚିଛି । ଏବେ ଦେଶରେ ୩୦୧୪୪୨ ସକ୍ରିୟ ମାମଲା ରହିଛି । ସେହିପରି ୩୨୮୬୭୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button