Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍

୪୯୧ ମୃତ

ଦେଶରେ ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୩ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୭୫୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୯୧ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୭୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୯୨୪୦୫୧ ସକ୍ରିୟ ମାମଲା ରହିଛି ଏବଂ ୩୫୮୦୭୦୨୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୭୬୯୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button