ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ୩୦ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

୩୭୪ ମୃତ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୦୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି।

୨୪ ଘଣ୍ଟା ମଧ୍ୟରେ ୩୭୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୧ ଲକ୍ଷ ୭୪ ହଜାର ୩୨୨ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୪ ହଜାର ୪୮୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୩ ଲକ୍ଷ ୫୩ ହଜାର ୭୧୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୬୧୩୦।

Show More

Related Articles

Back to top button