Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ବାହାରିଲେ ୩୧ ହଜାରରୁ ଅଧିକ କରୋନା ପଜିଟିଭ୍

୨୯୦ ମୃତ

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୦ ଲକ୍ଷ ୫୮ ହଜାର ୮୪୩ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୧ ହଜାର ୪୨ରେ ପହଞ୍ଚିଛି। ଏବେ ଦେଶରେ ୩୯୨୮୬୪ ସକ୍ରିୟ ମାମଲା ରହିଛି ।ସେହିପରି ୩୨୨୨୪୯୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button