Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩୧ ହଜାରରୁ ଅଧିକ କରୋନା ପଜିଟିଭ୍

୩୧୮ ମୃତ

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୩୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୯୪ ହଜାର ୮୦୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୬ ହଜାର ୩୬୮ରେ ପହଞ୍ଚିଛି। ଏବେ ଦେଶରେ ୩୦୦୧୬୨ ସକ୍ରିୟ ମାମଲା ରହିଛି ।ସେହିପରି ୩୨୮୪୮୨୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Tags
Show More

Related Articles

Back to top button
Close