ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ ଘଣ୍ଟାରେ ବାହାରିଲେ ୩୨ ହଜାରରୁ ଅଧିକ ପଜିଟିଭ୍

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୭ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୨୯୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୧୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୨ ଲକ୍ଷ ୨୫ହଜାର ୫୧୩ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୧ ହଜାର ୬୪୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୪ ଲକ୍ଷ ୧୧ହଜାର ୯୨୪ରେ ପହଁଚିଛି। ଏବେ ଦେଶରେ ୩୮୧୯୪୭ଟି ସକ୍ରିୟ ମାମଲା ରହିଛି ।

Show More

Related Articles

Back to top button