Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩୩ ହଜାରରୁ ଅଧିକ କରୋନା ପଜିଟିଭ୍

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳେ ଥିଲେ ବି ଧିରେଧିରେ ବଢୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୭୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୪୫୫୮୨ ସକ୍ରିୟ ମାମଲା ରହିଛି ଏବଂ ୩୪୨୯୫୪୦୭ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୧୮୯୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button