ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ୩୫୦୦୦ରୁ ଅଧିକ ପଜିଟିଭ୍ ଚିହ୍ନଟ

୪୮୩ ମୃତ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୮୩ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୫୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୮୩ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୨ ଲକ୍ଷ ୯୩ ହଜାର ୦୬୨ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୯ ହଜାର ୪୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୪ ଲକ୍ଷ ୬୮ ହଜାର ୭୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୫୧୩।

Show More

Related Articles

Back to top button