ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩୯ ହଜାରରୁ ଅଧିକ କରୋନା ପଜିଟିଭ୍

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୯୦୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୪୯୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୯ ଲକ୍ଷ ୩୪ହଜାର ୪୫୫ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୭ ହଜାର ୮୬୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୦ ଲକ୍ଷ ୯୯ ହଜାର ୭୭୧ରେ ପହଁଚିଛି। ଏବେ ଦେଶରେ ୪୨୭୮୬୨ଟି ସକ୍ରିୟ ମାମଲା ରହିଛି ।

Show More

Related Articles

Back to top button