ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୪୬ ହଜାରରୁ ଅଧିକ ପଜିଟିଭ୍

୫୦୯ ମୃତ

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୦୯ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୬୭୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୦୯ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୬ ଲକ୍ଷ ୪୯ ହଜାର ୯୪୭ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୭ ହଜାର ୩୭୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୮ ଲକ୍ଷ ୫୨ହଜାର ୮୦୨ରେ ପହଁଚିଛି। ଏବେ ଦେଶରେ ୩୫୯୭୭୫ଟି ସକ୍ରିୟ ମାମଲା ରହିଛି ।

Show More

Related Articles

Back to top button