Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍

୨୦୬ ମୃତ

ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୦୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୦୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୬ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୦୨୧୩୧ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୧ ଲକ୍ଷ ୨୪ ହଜାର ୨୮୪ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୨ ହଜାର ୧୦୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button