ମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭ ହଜାରରୁ ଅଧିକ କରୋନା ପଜିଟିଭ୍

ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୦୯ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୭୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୦୯ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୮ ଲକ୍ଷ ୫୭ ହଜାର ୯୩୭ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୯ ହଜାର ୫୨୯ରେ ପହଞ୍ଚିଛି। ଏବେ ଦେଶରେ ୩୮୯୫୮୩ ସକ୍ରିୟ ମାମଲା ରହିଛି ।ସେହିପରି ୩୨୦୨୮୮୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button