Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୦ ହଜାରରୁ ଅଧିକ କରୋନା ପଜିଟିଭ୍

୧୨୧୭ ମୃତ

ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୧୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୧୩୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୨୧୭ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୪ ଲକ୍ଷ ୧୦,୯୭୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮,୯୨,୮୨୮ ସକ୍ରିୟ ମାମଲା ରହିଛି । ଏତତ୍ ବ୍ୟତୀତ ୫୦୫୨୭୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button