ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍

୬୨୧ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୨୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୭୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୬୨୧ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ଦେଶରେ ୩୫ ଲକ୍ଷ ପାଖାପାଖି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୫୬୯୧ ସକ୍ରିୟ ମାମଲା ରହିଛି ୩୩୯୯୮୨୭୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

Show More

Related Articles

Back to top button