ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍

୩୯୬ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୯୬ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ୩୫ ଲକ୍ଷ ପାଖାପାଖି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଏବେ ଦେଶରେ ୧୦୯୯୪୦ ସକ୍ରିୟ ମାମଲା ରହିଛି ।

Show More

Related Articles

Back to top button