ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ଦେଢ ଲକ୍ଷରୁ ଅଧିକ କରୋନା ପଜିଟିଭ୍

୩୨୭ ମୃତ

ଏବେ ଦେଶରେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଦେଢ ଲକ୍ଷ ଟପିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୫୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୨୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୯୬୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୨୭ ଛୁଇଁଛି । ଏବେସୁଦ୍ଧା ଦେଶରେ ୩୫ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୪୮୩୭୯୦ ସକ୍ରିୟ ମାମଲା ରହିଛି ଏବଂ ୩୪୪୫୩୬୦୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୩୭୯୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button