ଓଡ଼ିଶାମୁଖ୍ୟ ଖବର

ଶେଷ ୨୪ଘଣ୍ଟାରେ ରାଜ୍ୟରେ ସୁସ୍ଥ ହେଲେ ୩୨୫୮ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଡିସଚାର୍ଜ

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୨୫୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୯୭ ହଜାର ୩୬୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୭୧୮୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୦୫୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୨୮୭୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୯୭ ହଜାର ୩୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୧୮୮୬୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button