ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୭ ଜଣଙ୍କ ଜୀବନ

ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ , ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

କଳାହାଣ୍ଡି, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୭୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୫୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୧୬୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୦୧୨୩୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button