ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୯ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି ।

ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୯୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୨୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୩୪୪୬୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button