ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୭ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୬୨୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।

କେନ୍ଦୁଝର, ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୨୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୬୩୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୫୯୮୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button