Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୧୭ଜଣଙ୍କର ଜୀବନ

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୦୮୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ପୁରୀ ଓ ଖେର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, ମାଲକାନଗିରି, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୨୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୦୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୦୧୫୪୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୬୮୬୪୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button