Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୧୮ଜୀବନ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୨୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ , ଜଗତସିଂହପୁର, ଭଦ୍ରକ, ଖୋର୍ଦ୍ଧା , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଦେବଗଡ଼, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୯୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୧୫୩୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୧୨୨୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button