Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୦ଜୀବନ

ମୃତକଙ୍କ ସଂଖ୍ୟା ୮୭୫୪ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୯୭ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି କଟକ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଜଗତସିଂହପୁର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡ଼ା, ଯାଜପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୮୩୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୫୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୩୭୯୭୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୦୪୩୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button