Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୨୩ଜୀବନ

ମୃତକଙ୍କ ସଂଖ୍ୟା ୮୬୮୯ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୯୭ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୨୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୪୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୨୮୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୭୨୯୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button