Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪ଜୀବନ

ମୃତକଙ୍କ ସଂଖ୍ୟା ୯୧୧୫କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 

ମୃତକଙ୍କ ମଧ୍ୟରେ କନ୍ଧମାଳ ଜିଲ୍ଲାରୁ ଜଣେ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୬୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୬୭୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୯୧୯୩୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button