ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ମୋଟ ୬୬ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଛନ୍ତି ।

ଯାଜପୁର, ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କୋରାପୁଟ , ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୩୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୫୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୯୫୭୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button