Breaking PLUSଓଡ଼ିଶାମୁଖ୍ୟ ଖବର

ଶେଷ ୨୪ଘଣ୍ଟାରେ ରାଜ୍ୟରେ ମହାମାରୀ ନେଲା ୬ ଜଣଙ୍କ ଜୀବନ

ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୩୧୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୮୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୯୦୮୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୮୬୬୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button