Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟାରେ ୪୫୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୭୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୦୦୫୨୯୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Tags
Show More

Related Articles

Leave a Reply

Your email address will not be published. Required fields are marked *

Back to top button
Close