Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୧୦ଜୀବନ

ମୃତକଙ୍କ ସଂଖ୍ୟା ୯୦୩୬ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ବରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୯୨୫୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୩୨୪୭୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button