ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ମୋଟ ୧୦୪୧ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୦୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ଜଣ, ଯାଜପୁର ଜିଲ୍ଲାରୁ ୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ,

ଖୋର୍ଦ୍ଧା ଜିଲ୍ଲାରୁ ୩୯୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୮ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button