ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ ଘଣ୍ଟାରେ ବାହାରିଲେ ୧୦୪୧ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୮୯୯୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୦୫ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୩୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩୨ଜଣ, ଦେବଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ,

ଜଗତସିଂହପୁର ଜିଲ୍ଲାରୁ ୮୧ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୮୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୮୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୧୩୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୬୮୩୭୬୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button