Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୧୧ କରୋନା ପଜିଟିଭ୍

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୭୯ ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୭୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ଜଣ ରହିଛନ୍ତି ।

 

Coronavirus

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୪୧୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button