ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୭୭ କରୋନା ଆକ୍ରାନ୍ତ

ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୭୪ ହଜାର ୭୫୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୭୭ କରୋନା ଆକ୍ରାନ୍ତ । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୬୬ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୧୧୮୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୪୬ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

Show More

Related Articles

Back to top button