ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୨୧୬ କୋଭିଡ୍ ପଜିଟିଭ୍

୧୦୫୭୮୭୬ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୭୮୭୬ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୧୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୮୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ,

ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୦ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୪୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୫୬ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୯୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୬ଜଣ, ଷ୍ଟେଟ ପୁଲ୍‌ରୁ ୧୧୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୭୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୩୭୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୮୨୧୬୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button