Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୨୩ କୋଭିଡ୍ ପଜିଟିଭ୍

୧୦୫୪୦୦୪ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୦୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ,

ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୯୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୨୮୩୮୧୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button