Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୨୪ କୋଭିଡ୍ ପଜିଟିଭ୍

୧୦୫୩୭୬୯ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୭୬୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ,

ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲରୁ ୧୩ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୭୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୬୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୧୭୪୫୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button