Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୨୮ କରୋନା ପଜିଟିଭ୍

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୬୧୫ଜଣକୁ ବୃଦ୍ଧି

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୬୧୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୨ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୪୭୫୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୪୫୨୦୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button