ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୩୧୫ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୨୧୮୧ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୭୬୨କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୫୫୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୮୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ,

ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୮୭୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୨୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button