ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ଚିହ୍ନଟ ହେଲେ ୧୪୧ କୋଭିଡ୍ ପଜିଟିଭ୍

୧୦୫୩୬୪୫ରେ ପହଞ୍ଚିଲା ସଂଖ୍ୟା

ଗତ ୨୪ ଘଣ୍ଟା ମଧ୍ୟରେ ୧୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୬୪୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୯ ଜଣ ରହିଛନ୍ତି । ୧୯ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୮ ଜଣ, କଟକରୁ ୧୨ ଜଣ,କେନ୍ଦ୍ରାପଡ଼ାରୁ ୧୦ ଜଣ, ଦେବଗଡ଼ ୯ ଜଣ, ସୁନ୍ଦରଗଡ଼ରୁ ୮ ଜଣ, ଜଗତସିଂହପୁର,

ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ଢ଼େଙ୍କାନାଳ, ଗଞ୍ଜାମ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁଗୁଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ବଲାଙ୍ଗୀର, କେନ୍ଦୁଝର, ନୟାଗଡ଼ ଓ ପୁରୀ ଜିଲ୍ଲା ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୫୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୩୯୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୧୧୮୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button